ଫେବ୍ରୁଆରୀ ୧୫ରୁ କଟକ ଜିଲ୍ଲାରେ ଜନଗଣନା, ଘର ପରେ ଡିଜିଟାଲ୍ ଫର୍ମାଟରେ କାଉଣ୍ଟିଂ

NEWS7
vijay-mallya-files-appeal-in-london-s-supreme-court-against-extradition

କଟକ ୦୫/୦୨: ଫେବ୍ରୁଆରୀ ୧୫ରୁ କଟକ ଜିଲ୍ଲାରେ ଜନଗଣନା । ଏପ୍ରିଲ ସୁଦ୍ଧା ଘର ଗଣନା କାର୍ଯ୍ୟ ସାରିବାକୁ ଲକ୍ଷ୍ୟ । ଘର ଗଣନା ପରେ ଆରମ୍ଭ ହେବ ଜନଗଣନା । ଡିଜିଟାଲ ପ୍ରକ୍ରିୟାରେ ହେବ ଜନଗଣନା କାର୍ଯ୍ୟ । ଏନେଇ କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେ ସୂଚନା ଦେଇଛି । ତେବେ ଏଥର ଜନଗଣନା କାର୍ଯ୍ୟକୁ ସଂପୂର୍ଣ୍ଣ ଡିଜିଟାଲ ପ୍ରକ୍ରିୟାରେ କରାଯିବା ବୋଲି ସୂଚନା ମିଳିଛି ।

ସୂଚନାଥାଉକି, ଏଥର ଗଣନା ସମୟରେ ଘର ମୁରବୀମାନଙ୍କ ଠାରୁ ୩୩ ପ୍ରଶ୍ନର ଉତ୍ତର ତଥ୍ୟ ଗଣନା ଅଧିକାରୀମାନେ ସଂଗ୍ରହ କରିବେ । ସଂଗ୍ରହ ତଥ୍ୟ ମଧ୍ୟରେ ଘର ସଂଖ୍ୟା, ଗୃହ, କାନ୍ଥର ନିର୍ମାଣ କେଉଁ ସାମଗ୍ରୀ ହୋଇଛି, ବ୍ୟବହୃତ କୋଠାରୀ, ଜାତି, ଲିଙ୍ଗ, ପରିବାର ସଦସ୍ୟ, ରହୁଥିବା ଦମ୍ପତି ତଥ୍ୟ ସଂଗ୍ରହ ହେବ ।

read also...

ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା, ରାଜସ୍ୱ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ସେହିପରି ରେଡିଓ, ଲାପଟପ୍, ସାଇକେଲ ସ୍କୁଟର, ବାଇକ, ଚାରିଚକିଆ, ଟେଲିଫୋନ, ମୋବାଇଲ, ସ୍ମାର୍ଟ ଫୋନ ବ୍ୟବହାର ତଥ୍ୟ ସଂଗ୍ରହ କରାଯିବ । ଏହା ବ୍ୟତିତ ଶୌଚାଳୟ ଓ ରୋଷେଇ ଘରେ ଗ୍ୟାସ ସଂଯୋଗ ଅଛି ନା’ ନାହିଁ, ପାନୀୟ ଜଳ ଓ ବିଦ୍ୟୁତ ଶକ୍ତି ଉତ୍ସ ଏବଂ ଜଳନିଷ୍କାସନ ଭଳି ତଥ୍ୟ ସଂଗ୍ରହ କରାଯିବ ।