ପୁରୀ, ୨୧/୧୦: ଆଜି ଶ୍ରୀମନ୍ଦିରରେ ପବିତ୍ର ଦଶହରା ବା ବିଜୟା ଦଶମୀ। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁ ସୁନାବେଶରେ ସଜ୍ଜିତ ହୋଇଥାନ୍ତି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା ସହ ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ଅନୁଷ୍ଠିତ ସୁନାବେଶ ଅନୁଷ୍ଠିତ ହୋଇଥାଏ।

ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିଥାନ୍ତି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ ହେଉଛି।

Also Read :- 'ବଡ଼ ନିଷ୍ପତ୍ତି ନେଉଥିଲେ ଆଶୁତୋଷ ଏବଂ ସୌରଭ, ଦୀପାବଳି ଯାଏଁ ଆନ୍ଦୋଳନ ବନ୍ଦ'...ଏମିତି କାହିଁକି କହିଲେ ଅଭିଜିତ ?

ସେପଟେ ଦଶହରା ଅବସରରେ ମା ବିମଳାଙ୍କ ପ୍ରତିନିଧି ଭାବେ ପୂଜା ପାଉଥିବା ମା କାକୁଡ଼ିଖାଇଙ୍କ ଆଜି ରାତିରେ ବିସର୍ଜନ ସହ ଆସନ୍ତାକାଲି ଅନ୍ୟ ସମସ୍ତ ଗୋଷାଣୀ ମାନଙ୍କର ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା ଅନୁଷ୍ଠିତ ହେବା ପରେ ବିସର୍ଜନ ଅନୁଷ୍ଠିତ ହୋଇଥାଏ।