vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

କାର୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ, ମୃତଦେହ ରଖି ରାଜପଥ ଅବରୋଧ କଲେ ଗ୍ରାମବାସୀ

22/05/2022 at 4:03 PM

ମାଲକାନଗିରି, ୨୨/୦୫: ସଡକ ଦୁର୍ଘଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା । ରାସ୍ତା ଉପରେ ମୃତଦେହ ରଖି ମାଲକାନଗିରି-ଜୟପୁର ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ । ମାଲକାନଗିରି ଜିଲ୍ଲା ଗୋଟିଯୋଡି ଗାଁ ନିକଟରେ ବାଇକ ଓ କାର ମଧ୍ୟରେ ଦୁର୍ଘଟଣା ହୋଇଥିଲା । ଏଥିରେ ଗୁରୁ ହନ୍ତାଳ ନାମକ ଜଣେ  ବାଇକ ଚାଳକ ଗୁରୁତର ଭାବେ ଆହତ ହୋଇଥିଲେ । ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ଲାଗି ମେଡିକାଲ ନିଆଯାଉଥିବା ସମୟରେ ରାସ୍ତାରେ ସେ ପ୍ରାଣ ହରାଛନ୍ତି ।

ମୃତ ଗୁରୁ ହନ୍ତାଳ କାମ ସାରି ନିଜ ଗାଁ ଭାଲୁଗୁଡା ଯିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା । କ୍ଷତିପୂରଣ ଦାବିରେ ଗାଁ ଲୋକେ ରାସ୍ତା ରୋକ କରିଛନ୍ତି । ଫଳରେ ମାଲକାନଗିରି ଠାରୁ ଜୟପୁର ସଂଯୋଗ କରୁଥିବା ୩୨୬ ନମ୍ବର ଜାତୀୟ ରାଜ ପଥରେ ଅନେକ ଯାନ ବାହାନ ଅଟକି ରହିଛି । ମାଲକାନଗିରି ଆଦର୍ଶ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝା ସୁଝା କରୁଛି । ହେଲେ କାର ଚାଳକଙ୍କୁ ଗିରଫ ନକରାଯିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଭାଲୁଗୁଡା ଗାଁ ଲୋକେ କହିଛନ୍ତି ।

   Related Posts