ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା ପରିମାଣ

Published By : Prameya-News7 Bureau | October 14, 2022 IST

ଭୁବନେଶ୍ୱର ୧୪/୧୦: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ ବଳୟ । ଫଳରେ ରାଜ୍ୟରେ ବର୍ଷା ପରିମାଣ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୭ କିମ୍ୱା ୧୮ ତାରିଖରେ ଆଣ୍ଡାମାନସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଏହା ଗତି କରିବ । ତେବେ ଏହା ୨୦ ତାରିଖ ବେଳକୁ ଲଘୁଚାପର ରୂପ ନେବ ।

ଦକ୍ଷିଣ ପୂର୍ବ ପାଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବ । ପରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି ସୂଚନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ । ସେପଟେ ଏହା ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.