oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ଆସୁଛି ଦୁଇ ଦୁଇଟି ଲଘୁଚାପ, ୧୮ରୁ ୨୧ ପ୍ରବଳ ବର୍ଷିବ

16/09/2022 at 8:23 AM

ଭୁବନେଶ୍ୱର ୧୬/୦୯: ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ୧୮ରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ୧୮ରୁ ୨୧ ପର୍ଯ୍ୟନ୍ତ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛନ୍ତି । ସେହିପରି ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଛି ବୋଲି ଆଇଏମ୍‌ଡି ଆକଳନ କରିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌. ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ଯେ, ଏବେ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ୨ରୁ ୩ ଦିନ ପର୍ଯ୍ୟନ୍ତ ଏଭଳି ପାଗ ରହିବ । ୧୮ରେ ଘୂର୍ଣ୍ଣିବଳୟ ସୃଷ୍ଟି ପରେ ରାଜ୍ୟରେ ପୁଣି ବର୍ଷା ହେବ ।

ସେହିପରି କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ଯେ, ଆସନ୍ତା ୧୯ ପର୍ଯ୍ୟନ୍ତ ରାଜ୍ୟରେ ବିକ୍ଷିପ୍ତ ବର୍ଷା ହେବ । ୧୮ରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୧୯ରେ ଲଘୁଚାପ ଏବଂ ୨୦ରେ ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନଟ ଲଘୁଚାପରେ ପରିଣତ ହେବ । ଏହା ଅବପାତ ରୂପ ମଧ୍ୟ ନେଇପାରେ । ୨୧ରେ ଓଡ଼ିଶା ସ୍ଥଳ ଭାଗରେ ରହି ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ଼କୁ ମୁହାଁଇବ । ୨୦ରୁ ୨୨ ପର୍ଯ୍ୟନ୍ତ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ହେବ । ୨୩ରେ ଉପକୂଳରେ ବର୍ଷା ଲାଗି ରହିବ ।

ସୀମାନ୍ତବର୍ତ୍ତୀ ଉତ୍ତର ଆଭ୍ୟନ୍ତରରେ ୨୨ରୁ ବର୍ଷା କମିବ । ସମସ୍ତ ଉପକୂଳ ଜିଲ୍ଲା ଓ ଉପକୂଳ ପାଖ ଜିଲ୍ଲାରେ ଆସନ୍ତା ୨୩ ପର୍ଯ୍ୟନ୍ତ ସମୁଦାୟ ବର୍ଷା ୧୦୦ ମିଲିମିଟର ବର୍ଷା ହେବ । ଦକ୍ଷିଣ ଆଭ୍ୟନ୍ତରରେ ୬୦ରୁ ୯୦ ମିଲିମିଟର ବର୍ଷା ହେବାର ସମ୍ଭାବନା ଅଛି । ତେବେ ସୁନ୍ଦରଗଡ଼ରେ ସବୁଠୁ କମ ବର୍ଷା ହୋଇପାରେ ବୋଲି ସେ ପୂର୍ବାନୁମାନ କରିଛନ୍ତି । ୨୨ ଓ ୨୩ରେ ଦିନ ତାପମାତ୍ରା ବିଶେଷ ଭାବେ କମି ପ୍ରାୟତଃ କୋହଲା ରହିବ । ୨୩ ପରେ ମାସ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା କମିବ । ପ୍ରାୟତଃ ୩୦ ମିଲିମିଟର ବର୍ଷା ହେବ ବୋଲି ପ୍ରଫେସର ପଶୁପାଳକ ଆକଳନ କରିଛନ୍ତି ।

   Related Posts