ଭୁବନେଶ୍ବର: ଅକ୍ଟୋବର ୧ ଓ ୨ ତାରିଖରେ ରାଜ୍ୟରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ ବିଭାଗ। ୧ ତାରିଖରେ ୧୧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ। ୨ ତାରିଖରେ ୯ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆହୁରି ମଧ୍ୟ ବର୍ଷା ବେଳେ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା ମଧ୍ୟ ରହିଥିବା ନେଇ ବିଭାଗ ତରଫରୁ ସୂଚନା ଦିଆଯାଇଛି।
ଆହୁରି ମଧ୍ୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁଯାୟୀ, ଆସନ୍ତା ୬ ତାରିଖରେ ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ପୂଜାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି।
ବର୍ତ୍ତମାନ ରାଜ୍ୟରେ ଉତ୍ତର ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରବାହିତ ହେଉଛି । ଯାହା ଫଳରେ ବର୍ଷା ମାତ୍ରା କମ୍ ରହିବ । ଜଳୀୟ ବାଷ୍ପ ଯୋଗୁଁ ସକାଳେ ଖରା ଏବଂ ଅପରାହ୍ନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।