LIVE TV

ପାଣିପାଗ ବିଭାଗର ଆଲର୍ଟ, ଆସନ୍ତା ଦୁଇ ଦିନ ରାଜ୍ୟର କିଛି ସ୍ଥାନରେ କାଁ ଭାଁ ବର୍ଷା

NEWS7
weather

ଭୁବନେଶ୍ୱର ୧୨।୧୦: ରାଜ୍ୟରେ ବର୍ତ୍ତମାନ ବଡ଼ ବର୍ଷା ସମ୍ଭାବନା ନାହିଁ । ତଥାପି ଆସନ୍ତା ଦୁଇଦିନ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଶେଷ କରି ଦକ୍ଷିଣ ଓଡ଼ିଶାର ସ୍ଥାନେ ସ୍ଥାନେ ଅସରାଏ ବଡ଼ ବର୍ଷା ହେବା ସମ୍ଭାବନା ରହିଛି ।

ରବିବାର କୋରାପୁଟ ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ରବିବାର ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରିର ଅଳ୍ପ କେତେକ ଜାଗାରେ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନ ସହ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଓ ବୌଦ୍ଧରେ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ମାତ୍ର ବିସ୍ତୃତ କିମ୍ବା ବଡ଼ ବର୍ଷା ସମ୍ଭାବନା କମ୍‌ । ୧୪ ତାରିଖରୁ କାଁ ଭାଁ ବର୍ଷା ହୋଇପାରେ । ଆସନ୍ତା ୬ଦିନ ଭିତରେ ପାଗରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ବର୍ତ୍ତମାନ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି ।