ସୋମବାରଠୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ କୁହୁଡି, ୟେଲୋ ୱାର୍ନିଂ ଜାରି
2/03/2020 at 7:24 AM

ଭୁବନେଶ୍ୱର ୦୨।୦୩: ସୋମବାର ଠାରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ । ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ଗଜପତି ଓ ରାୟଗଡ଼ାରେ ବର୍ଷିବ । ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଗଜପତି, ରାୟଗଡ଼ାରେ ସ୍ବଳ୍ପରୁ ମଧ୍ୟମ ବର୍ଷାର ସମ୍ଭାବନା ଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଗଜପତି ଆଦି ଜିଲ୍ଲାରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ୩ ତାରିଖରେ ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଏବଂ ୪ରେ ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକର ଅଳ୍ପ କିଛି ସ୍ଥାନରେ ଏବଂ ରାୟଗଡ଼ା, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁରରେ ବର୍ଷାର ସମ୍ଭାବନା ରହିଛି।
Related Posts
କନ୍ଧମାଳ ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଜବତ, ୫ ଗିରଫ
6 February 2023