ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଦୁଇ ଦିନ ଅସହ୍ୟ ତାତି : ତାମିଲନାଡୁ ପାଖରେ ଅଟକି ରହିଛି ମୌସୁମୀ

7/06/2022 at 7:40 AM

ଭୁବନେଶ୍ୱର, ୦୭/୦୬:  ରାଜ୍ୟରେ ଆଗାମୀ ଦୁଇ ଦିନ ଗ୍ରୀଷ୍ମ ଲହରୀ ବହିବ । ମଙ୍ଗଳବାର ଓ ବୁଧବାର ଅସମ୍ଭାଳ ତାତି ହେବ । ବରଗଡ଼, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ତାତି ଅନୁଭୂତ ହେବ । ପାଣିପାଗ ବିଭାଗର ଏଭଳି ପୂର୍ବାନୁମାନକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସତର୍କ ସୂଚନା ଜାରି କରିଛନ୍ତି । ସେପଟେ ତାମିଲନାଡୁ ପାଖରେ ମୌସୁମୀ ଅଟକି ରହିଛି । ଏହା ସୁପ୍ତ ହୋଇରହିଛି । ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ମୌସୁମୀ ସକ୍ରିୟ ହେବାର ଆଶା ଦେଖାଦେଇଛି ।

ସୋମବାର ୧୩ ଜିଲ୍ଲାର ତାପମାତ୍ରା ୪୦ଡିଗ୍ରୀ ଉପରେ ଥିଲା । ଟିଟିଲାଗଡର ତାପମାତ୍ରା ସର୍ବାଧିକ ୪୪.୬ ଡିଗ୍ରୀ ରେକର୍ଡ ହୋଇଥିଲା ।
ମଙ୍ଗଳବାର ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ତାତି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅସୁସ୍ଥ ଓ ବୃଦ୍ଧ ଲୋକେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବୁଧବାର ମଧ୍ୟ ଗୀଷ୍ମ ଲହରୀ ଜାରି ରହିବ । ଏଥିପାଇଁ ସତର୍କତାମୂଳକ ପଦକ୍ଷେପ ନେବାକୁ ଏହି ୪ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।

୭ ଓ ୮ ତାରିଖ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ରାଜ୍ୟରେ ମୌସୁମୀ ପହଞ୍ଚିବାକୁ ଆହୁରି ବିଳମ୍ବ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

   Related Posts