ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ବାବନା ରହିଥଛି

Published By : Prameya-News7 Bureau | June 12, 2018 IST

ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଅବପାତ ରବିବାର ରାତିରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ସହିତ ଦୁର୍ବଳ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ଓ ଉତ୍ତର-ପଶ୍ଟିମ ଦିଗରେ ଅଗ୍ରସର ହୋଇ ଅଧିକ ଦୁର୍ବଳ ହେବ । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ବାବନା ରହିଥଛି । ଏହି ସମୟରେ ପବନର ବେଗ ୫୫ରୁ ୬୫ କିମି ମଧ୍ୟରେ ରହିବ । ଉତ୍ତର ବଙ୍ଗୋପସାଗର ଏବଂ ଓଡିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବ । ଆସନ୍ତା ୪୮ ଘଣ୍ଟା ପର୍ଯ୍ଯନ୍ତ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।                    

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.