ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡ଼ିଶା

Published By : Prameya-News7 Bureau | December 07, 2022 IST

ଭୁବନେଶ୍ୱର ୦୭/୧୨: ଘନୀଭୂତ ହେଉଛି ଗଭୀର ଅବପାତ । ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏହା ସକ୍ରିୟ ହୋଇଛି ।

ଆଜି ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପନେବା ସମ୍ଭାବନା ଅଛି । ବାତ୍ୟା ପ୍ରଭାବରେ ୧୦ ଓ ୧୧ ତାରିଖରେ ଦକ୍ଷିଣ ଓଡ଼ିଶା ବର୍ଷା ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୬ ଘଣ୍ଟାରେ ଅବପାତର ରୂପ ନେଇପାରେ । ୭ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ । ୮ ତାରିଖ ସକାଳେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ବାତ୍ୟା ସ୍ଥଳଭାଗ ସ୍ପର୍ଶ କରିପାରେ । ତେବେ ଓଡ଼ିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବନି । କିନ୍ତୁ ଦକ୍ଷିଣ ଓଡ଼ିଶାରେ ହାଲୁକାକୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି ।

କେନ୍ଦ୍ରର ଆକଳନ ଅନୁସାରେ, ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ଆଗାମୀ ୩ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି । ପରବର୍ତ୍ତୀ ଦୁଇ ଦିନ ସମ୍ଭାବ୍ୟ ବାତ୍ୟା ଯୋଗୁ ରାଜ୍ୟକୁ ସାମୁଦ୍ରିକ ବାୟୁର ମାତ୍ରା ବଢ଼ିବ । ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏ ବଢ଼ିପାରେ ବୋଲି ପୂର୍ବାନୁମାନ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.