ଶୁକ୍ରବାରଠୁ ବଢିବ ବର୍ଷା ପରିମାଣ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

Published By : Prameya-News7 Bureau | August 04, 2022 IST

ଭୁବନେଶ୍ୱର ୦୪/୦୮: ଆସନ୍ତା କାଲିଠୁ ରାଜ୍ୟରେ ବଢିବ ବର୍ଷା । କେତେକ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା । ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।

ଜିଲ୍ଲା ଗୁଡିକ ହେଲା ପୁରୀ , ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା , ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ , ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଜଗତସିଂହପୁର, କଟକ, ସୁନ୍ଦରଗଡ, କେଉଁଝର, ମୟୂରଭଞ୍ଜ ।

୬ ରେ ଦକ୍ଷିଣ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ୭ ତାରିଖରେ ବର୍ଷାର ବିସ୍ତୃତି ଏବଂ ପରିମାଣ ବଢିବ । ପ୍ରବଳ ବର୍ଷା ନେଇ ପୁରୀ, ଗଞ୍ଜମ , ଗଜପତି , ଜଗତସିଂହପୁର, ମାଲକାନଗିରି , କୋରାପୁଟ , ଖୋର୍ଦ୍ଧା ଜିଲ୍ଲା ପାଇଁ ଅରେଞ୍ଜ ଚେତାବନୀ ଜାରି ହୋଇଛି । ଅନ୍ୟପଟେ ପାଣିପାଗ ବିଶେଷଜ୍ଞଙ୍କ ୭ ତାରିଖରୁ ୧୦ ଭିତରେ ପ୍ରବଳରୁ ଅତି ପ୍ରବଳ ସମ୍ଭାବନା ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.