Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଶକ୍ତିଶାଳୀ ହେବ ନୌସେନା: ୧୧ ପାଟ୍ରୋଲିଂ ଭାସେଲ ଓ ୬ ମିସାଇଲ୍ ଭାସେଲ କିଣିବାକୁ ୧୯ ହଜାର କୋଟିର ଡିଲ୍‌
  • ||
  • ବୁଲେଟ ଟ୍ରେନ୍ ପ୍ରକଳ୍ପ ପାଇଁ ଭାରତକୁ ୧୮,୭୫୦ କୋଟି ଓଡିଏ ଋଣ ଦେଲା ଜାପାନୀ ସଂସ୍ଥା
  • ||
  • ପ୍ରତିରକ୍ଷା ମନ୍ତ୍ରାଳୟ ଓ ଭାରତ ଇଲେକ୍ଟ୍ରୋନିକ୍ ଲିମିଟେଡ୍ ମଧ୍ୟରେ ୫,୪୯୮ କୋଟିର ଚୁକ୍ତି ସ୍ୱାକ୍ଷରିତ; EW କିଣିବ ଭାରତୀୟ ସଶସ୍ତ୍ର ବଳ
  • ||
  • କଟକ : କଟକ ଷ୍ଟେସନରୁ ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌ର ଶୁଭାରମ୍ଭ କଲେ ଦୁଇ କେନ୍ଦ୍ରମନ୍ତ୍ରୀ
  • ||
  • ନୂଆପଡା : ଟ୍ରାପ୍ କ୍ୟାମେରାରେ କଏଦ ହେଲା କଲରାପତରିଆ ବାଘ
  • ||
  • ଖଲ୍ଲିକୋଟ : ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ, ଏହାର ଓଜନ ୧୪୦ କିଲୋ
  • ||
  • ନାରାୟଣପାଟଣା : ମିଳିଲା ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ, ଜ୍ବାଇଁ ବିରୋଧରେ ହତ୍ୟା ଅଭିଯୋଗ
  • ||
  • କାଠୁଆ : ଜାମ୍ମୁକାଶ୍ମୀର କଠୁଆରେ ଭୟଙ୍କର ବିସ୍ଫୋରଣ, ପୂରା ଅଞ୍ଚଳରେ ହାଇଆଲର୍ଟ
  • ||
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||

ଏଥର ରଜରେ କୋହଲା ପାଗ

11/06/2018 at 7:42 AM

ଏଥର ରଜରେ କୋହଲା ପାଗ । ଠାଏ ଠାଏ ପ୍ରବଳ ବର୍ଷା ହୋଇପାରେ । ୧୪ ତାରିଖ ବେଳକୁ ମୌସୁମୀ ବର୍ଷାର ପରିମାଣ ଟିକିଏ କମିଯିବ । ୧୫ ଓ ୧୬ ବେଳକୁ ପାଗ ଶୁଖିଲା ରହିବା ସହ ଆକାଶ ମେଘାଚ୍ଛନ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ମୌସୁମୀ ଏବେ ସୁଦ୍ଧା ଦକ୍ଷିଣ ଓଡିଶା ଜିଲ୍ଲା ସମେତ ଉପକୂଳ ଓଡିଶାର କିଛି ଅଂଶକୁ ଛୁଇଁଛି । ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ଗଜପତି ଜିଲ୍ଲାରେ ମୌସୁମୀ ପହଞ୍ଚିସାରିଛି । ସେହିପରି ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ ଜିଲ୍ଲାର କିଛି ଅଂଶରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି । ସେପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେ ଧିରେ ଘନୀଭୂତ ହେଉଛି । ଏହାର ପ୍ରଭାବ ମୌସୁମୀ ଉପରେ ଅନୁଭୂତ ହେବାର ସମ୍ଭାବନା ରହିଛି । ତେଣୁ ୨୪ ଘଣ୍ଟା ମଧ୍ୟରେ ଏହି ଜିଲ୍ଲା ଗୁଡିକୁ ପୁରା ପ୍ରବେଶ କରିବ ମୌସୁମୀ । ଆଜି ଓ ଆସନ୍ତା କାଲି ଉପକୂଳ ଓଡିଶା ସମେତ ଉତ୍ତର ଓଡିଶାରେ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି । ଆକାଶ ମେଘାଚ୍ଛନ ରହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

 

 

 

 

 

 

Leave a Reply

   Related Posts