Retail icon award
Retail icon award
728*90
728*90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ବ୍ୟାକ୍‌ ଟୁ ବ୍ୟାକ୍‌ ଆସୁଛି ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ

11/09/2023 at 2:49 PM

ଭୁବନେଶ୍ୱର ୧୧।୦୯ : ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଲଘୁଚାପ । ଆଜି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୭୨ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଖବର ଅନୁଯାୟୀ, ଆସନ୍ତା ୧୦ ଦିନରେ ରାଜ୍ୟରେ ଦୁଇ ଦୁଇଟି ଲଘୁଚାପ ସୃଷ୍ଟି ହେବ । ୧୨ ଓ ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଲଘୁଚାପର ରୂପ ନେବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ଭାରି ବର୍ଷା ହେବ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ଡକ୍ଟର ସୁରେନ୍ଦ୍ର ନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି । 

ଡକ୍ଟର ପଶୁପାଳନ ଆକଳନ ଅନୁସାରେ, ଉତ୍ତର ବଙ୍ଗୋପସାଗରରେ ପୂର୍ବରୁ ସୃଷ୍ଟି ହୋଇଥିବା ଲଘୁଚାପ ମଧ୍ୟପ୍ରଦେଶ ଓ ପୂର୍ବ ମହାରାଷ୍ଟ୍ରରେ ରହିଛି । ଏହାର ବାହ୍ୟ ବଳୟ ଉତ୍ତର ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଏହାର ପ୍ରଭାବରେ ୧୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷା ହେବ ।

ତେବେ ୧୨ ତାରିଖରେ ହେବାକୁ ଥିବା ଲଘୁଚାପ ବଳୟ ଯୋଗୁଁ ବର୍ଷା ବଢିବ । ୧୩ରେ ଏହା ଲଘୁଚାପରେ ପରିଣତ ହେବ । ୧୩ ଓ ୧୪ ଦୁଇଦିନ ରାଜ୍ୟର ଅନେକ ସ୍ଥାନରେ ମଧ୍ୟମ ଧରଣ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୧୫ ଓ ତାରିଖରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହୋଇ ପାରେ ବୋଲି ସେ କହିଛନ୍ତି।

ସେହିପରି ୧୯ ତାରିଖରେ ଉତ୍ତର ବଙ୍ଗୋପସାଗର ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୪୮ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ । 

   Related Posts