୧୨ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ, ଏରସମାରେ ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ

Published By : Prameya-News7 Bureau | August 14, 2022 IST

ଭୁବନେଶ୍ୱର ୧୪।୦୮: ଓ୍ବେଲମାର୍କ ଲୋ'ପ୍ରେସର ପରିଣତ ହେଲା ଲଘୁଚାପ । ଆସନ୍ତା ୧୨ ଘଣ୍ଟାରେ ଅବପାତର ରୂପ ନେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଛତିଶଗଡ଼ ଆଡ଼କୁ ମୁହାଁଇବ । ଆଜି ୧୦ ଜିଲ୍ଲାରେ ମୂଷଳଧାରାରେ ବର୍ଷା ହୋଇପାରେ । ୧୦ ଜିଲ୍ଲାକୁ ରେଡ୍ , ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

ତେବେ ରେଡ ଆଲର୍ଟ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୨୦୦ରୁ ଅଧିକ ମିଲିମିଟର ବର୍ଷା ହେବ । ରେଡ ଏବଂ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲା ଗୁଡିକରେ କଚ୍ଚାଘର ଭାଙ୍ଗିବା ସହ କଚ୍ଚା ରାସ୍ତା ଧୋଇଯିବାର ସମ୍ଭାବନା ରହିଛି । ଏହାସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହେବ । ବିପଦସଂକୁଳ ଅବସ୍ଥାରେ ଥିବା ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ପାଇଁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି ।

ସେପଟେ ଗତ ୨୪ ଗଣ୍ଟା ମଧ୍ୟରେ ଜଗତସିଂହପୁର ଏରସମାରେ ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଏହା ପରେ ସୁନ୍ଦରଗଡ ହେମଗିରିରେ ୨୦୪ ମିମି ବର୍ଷା ହୋଇଛି । ଜଗତସିଂପୁର ଜିଲ୍ଲାର ଅଧିକାଂଶ ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ରେକର୍ଡ ହୋିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.