AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନବଦାସ ହତ୍ୟା ଘଟଣାରେ ଡିଜିଙ୍କ ପ୍ରେସମିଟ୍, କହିଲେ ତଦନ୍ତକୁ ଆହୁରି ଲାଗିବ ସମୟ
  • ||
  • ଭୁବନେଶ୍ୱର୨: CFSLର ସହାୟତାରେ ASI ଗୋପାଳ ଦାସଙ୍କ ହେବ ଭଏସ ଟେଷ୍ଟ
  • ||
  • ଖଲ୍ଲିକୋଟ: ବସ୍‌ କର୍ମଚାରୀ ଭୁଲିଗଲେ ମାନବିକତା, ଅଧାରାସ୍ତାରେ ଛାଡି ଚାଲିଗଲେ ମୃତଦେହ
  • ||
  • ଦାରିଙ୍ଗବାଡି: ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ
  • ||
  • ପାଟଣା: ପୋଖରୀ ଭିତରକୁ ପଶିଲା ତେଲ ଟ୍ୟାଙ୍କର, ଭାରସାମ୍ୟ ହରାଇ ଓଲଟିପଡିଲା
  • ||

୪ଟି ଜିଲ୍ଲାରେ ପ୍ରବଳ ବର୍ଷା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

24/08/2022 at 8:50 AM

ଭୁବନେଶ୍ୱର ୨୪।୦୮: ବୁଧବାର ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ କିଛି ସ୍ଥାନରେ ଭାରି ବର୍ଷା ହେବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଞ୍ଚଳିକ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।

୧୧ ଜିଲ୍ଲାରେ ବୁଧବାର ପାଇଁ ୟେଲୋ ୱାର୍ଣ୍ଣିଂ ବି ଜାରି ହୋଇଛି । କେନ୍ଦୁଝର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ସୋନପୁର, କଳାହାଣ୍ଡି, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିସ୍ତୃତ ବର୍ଷା ନାହିଁ । କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇଛି । ବାରିପଦାରେ  ୪୨.୬ ମିଲିମିଟର ବର୍ଷା ହୋଇଛି । ସମ୍ବଲପୁରରେ ୪୦.୧, ନୟାଗଡ଼ରେ ୩୯.୬, ଭୁବନେଶ୍ୱରରେ ୬.୨ମିମି ବର୍ଷା ରେକର୍ଡ କରାଯାଇଛି । ଆଜି ସକାଳୁ ସନ୍ଧ୍ୟା ଭିତରେ ଭଦ୍ରକ, ବାରିପଦା ଓ କେନ୍ଦୁଝରରେ ସାମାନ୍ୟ ବର୍ଷା ହୋଇଛ ।

   Related Posts