ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୮ ଓ ୧୯ରେ ରାଜ୍ୟରେ ପ୍ରବଳ ବର୍ଷା

Published By : Prameya-News7 Bureau | September 17, 2022 IST

ଭୁବନେଶ୍ୱର ୧୭।୦୯ : ଆସନ୍ତା ୧୮ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ସମେତ ଉପକୂଳର ବିଭିନ୍ନ ଜିଲ୍ଲାରେ କିଛି ସ୍ଥାନରେ ବର୍ଷିବ । ଆଞ୍ଚଳିକ ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି।

୧୮ରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁରର ଗୋଟିଏ ୨ଟି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ୧୯ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ଅଛି । ୨୦ରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ଅନୁଗୁଳର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିଭଳି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.