ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ, ରବିବାରଠୁ ରାଜ୍ୟରେ ପ୍ରବଳ ବର୍ଷା !
18/09/2022 at 8:06 AM

ଭୁବନେଶ୍ୱର ୧୮।୦୯ : ପୂର୍ବକେନ୍ଦ୍ରୀୟ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୦ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପବଳୟ ସୃଷ୍ଟି ହେବ। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ହିଁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ।
ତେବେ କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷିବ। ଏଥିସହ ଏସବୁ ସହର ବ୍ୟତୀତ ରାଜ୍ୟର ଅବଶିଷ୍ଟ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି ୨୦ ତାରିଖରୁ ମତ୍ସଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।