ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

29/09/2022 at 7:40 AM

ଭୁବନେଶ୍ୱର ୨୯।୦୯ : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଗୁରୁବାରଠାରୁ ବର୍ଷା ଆରମ୍ଭ ହେବ । ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବ । ସମ୍ଭାବ୍ୟ ଲଘୁଚାପ ଯୋଗୁ ୧ ତାରିଖରୁ ବର୍ଷା ପରିମାଣ ବଢିଯିବ । ୩ ଯାଏ ବର୍ଷା ଜାରି ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ ଦେଇଛି । ଗୁରୁବାର ୧୪ ଜିଲ୍ଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୩୦ରେ ଉତ୍ତର ଓ ଦକ୍ଷିଣ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ତେବେ ୧ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଲଘୁଚାପ ରୂପ ନେଇପାରେ । ଏହାର ପ୍ରଭାବରେ ୧ ଓ ୨ ତାରିଖରେ ପ୍ରବଳ ବର୍ଷିବ ।

   Related Posts