AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁମ୍ୱାଇ: ଗୁଲମର୍ଗ ସ୍କିଂ ରିସର୍ଟରେ ହିମସ୍ଖଳନ, ଫସିଲେ ଅନେକ ବିଦେଶୀ ଟୁରିଷ୍ଟ
  • ||
  • ନବ ଦାସ ହତ୍ୟା ମାମଲା, ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଜେ.ପି ଦାସ କରିବେ ତଦନ୍ତର ତଦାରଖ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଟ୍ୱିନସିଟିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ବଜେଟ୍: ସୁନା-ରୁପା, ସିଗାରେଟ୍ ମହଙ୍ଗା, ଶସ୍ତା ହେଲା ଟିଭି ଉପକରଣ ଓ ସାଇକେଲ୍, ଖେଳନା
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ଢେଙ୍କାନାଳ: ରାସ୍ତାରେ ଓଲଟିପଡ଼ିଲା ଯାତ୍ରୀବାହୀ ଅଟୋ, ୯ ଆହତ
  • ||

ରବିବାରଠୁ ରାଜ୍ୟରେ ଶୀତ କମିବ, ୩-୪ ଡିଗ୍ରୀ ଖସିବ ତାପମାତ୍ରା

25/12/2022 at 7:36 AM

ଭୁବନେଶ୍ୱର ୨୫।୧୨: ଆଜିଠୁ ରାଜ୍ୟରେ ଶୀତ କମିବ । ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ବଢ଼ିଯିବ । ଅନ୍ୟ ସ୍ଥାନରେ ଧୀରେ ଧୀରେ ତାପମାତ୍ରା ବଢ଼ିବ । ଆସନ୍ତା ୩ ଦିନ ଭିତରେ ରାଜ୍ୟରେ ୩ରୁ ୪ ଡିଗ୍ରୀ ରାତି ତାପମାତ୍ରା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ଶନିବାର ରାଜ୍ୟର ୭ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ଜି.ଉଦୟଗିରି ସବୁଠୁ ଥଣ୍ଡା ସହର ପାଲଟିଛି । ଏଠାରେ ରାତି ତାପମାତ୍ରା ୫.୫ ଡିଗ୍ରୀ ରେକର୍ଡ ହୋଇଛି । ସେମିଳିଗୁଡାରେ ୬.୧, ଫୁଲବାଣୀରେ ୭.୫, କିରେଇରେ ୭.୮, କୋରାପୁଟରେ ୮.୫, ଦାରିଙ୍ଗିବାଡିରେ ୯.୫ ଓ ଚିପିଲିମାରେ ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଭୁବନେଶ୍ୱରର ରାତି ତାପମାତ୍ରା ୧୨.୪ ଡିଗ୍ରୀ ରହିଛି ।

ରବିବାର ରାଜ୍ୟରେ କଟକ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ କନ୍ଧମାଳରେ କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

   Related Posts