AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ ବଢ଼ିଛି ଶୀତ, ଆସନ୍ତା ୨ ଦିନରେ ୩ରୁ ୫ ଡିଗ୍ରୀ ଖସିବ ପାରଦ

7/01/2023 at 7:32 AM

ଭୁବନେଶ୍ୱର ୦୭।୦୧ : ରାଜ୍ୟରେ ବଢ଼ିଛି ଶୀତ। ଆସନ୍ତା ୨ ଦିନ ମଧ୍ୟରେ ପାରଦ ୩ରୁ ୫ ଡିଗ୍ରୀ ଯାଏ ଖସିବା ସହ ଥଣ୍ଡାର ପ୍ରକୋପ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଉତ୍ତରା ପବନ ଧୀରେଧୀରେ ସକ୍ରିୟ ହେଉଥିବାରୁ ରାଜ୍ୟକୁ ଥଣ୍ଡା ଓ ଶୁଷ୍କବାୟୁ ଅଧିକ ପ୍ରବାହିତ ହେବ। ଏହାସହ ରାଜ୍ୟର କିଛି କିଛି ଅଞ୍ଚଳରେ କୁହୁଡ଼ି ମଧ୍ୟ ଦେଖାଯିବ। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ କଟକ ଆଦି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଭୁବନେଶ୍ବର ସମେତ ଉପକୂଳ ଓ ଉତ୍ତର ଆଭ୍ୟନ୍ତର ଓଡ଼ିଶାରେ ୧ରୁ ୧୦ ତାରିଖ ଭିତରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୩ରୁ ୪ଡିଗ୍ରି ବଢ଼ିବ। ଦକ୍ଷିଣ ଆଭ୍ୟନ୍ତରରେ ୮ରୁ କ୍ରମଶଃ ବୃଦ୍ଧି ହୋଇ ୧୨ତାରିଖ ସୁଦ୍ଧା ତାପମାତ୍ରା ୪ ଡିଗ୍ରି ବଢ଼ିବାର ସମ୍ଭାବନା ରହିଛି। ଉପକୂଳରେ ୯ ତାରିଖ ପରେ ପୁଣି ତାପମାତ୍ରା ବଢ଼ିବ। ୧୩ ସୁଦ୍ଧା ପାରଦ ୩ରୁ ୪ଡିଗ୍ରି ବଢ଼ିପାରେ। କିନ୍ତୁ ଉତ୍ତର ଆଭ୍ୟନ୍ତରରେ ୯ ତାରିଖ ପରେ ତାପମାତ୍ରା ବଢ଼ିବାର ସମ୍ଭାବନା ପ୍ରାୟ ନାହିଁ। ଉପକୂଳ ଓ ସଂଲଗ୍ନ ଜିଲ୍ଲା ସହ ରାଜ୍ୟର ଅନେକ ଜିଲ୍ଲାରେ ୮ ତାରିଖରୁ କୁହୁଡ଼ି ପଡ଼ିବ। ୧୧ରୁ ୧୫ ତାରିଖ ଭିତରେ କେତେକ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।

   Related Posts