suno sunao
suno sunao
suno sunao
suno sunao
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ହୋଲିରେ ଭିଜିବ ଓଡ଼ିଶା, ୧୦ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା

7/03/2023 at 9:24 AM

ଭୁବନେଶ୍ୱର ୦୭।୦୩ : ହୋଲିରେ ଭିଜିବ ଓଡ଼ିଶା। ରାଜ୍ୟର ଅଭ୍ୟନ୍ତରୀଣ ଓ ଉପକୂଳ ଜିଲ୍ଲା ହାଲୁକା ବର୍ଷାରେ ଓଦା ହେବ। ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

ସେହିପରି ହୋଲି ଦିନ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲା ଏବଂ ୯ରୁ ୧୦ ତାରିଖରେ ଆଭ୍ୟନ୍ତରୀଣ ସହ କିଛି ଉପକୂଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ପଶ୍ଚିମାଝଡ ପ୍ରଭାବରେ ରାଜ୍ୟରେ ୭ ରୁ ୧୦ ଯାଏ ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରେ ଖୋର୍ଦ୍ଧା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପଶ୍ଚିମା ଝଡ ପ୍ରଭାବ ଦେଖିବାକୁ ମିଳିବ ।

ଅନ୍ୟପଟେ ଆଜିଠୁ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ଯୋଗୁଁ ସାମାନ୍ୟ ଗୁଳୁଗୁଳି ହେବ। ଫଳରେ ତାପମାତ୍ରା ସାମାନ୍ୟ ଖସିବ। ପଶ୍ଚିମା ଝଡ଼ ସକ୍ରିୟ ଥିବାରୁ ଗୁରୁବାରଠାରୁ ୮ ଜିଲ୍ଲା ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁରରେ ବର୍ଷା ସମ୍ଭାବନା ରହିଛି। ହୋଲି ଦିନ ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।

   Related Posts