Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭୁବନେଶ୍ବର : ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପଛରେ ରହିଛି ସୁଚିନ୍ତିତ ଷଡ଼ଯନ୍ତ୍ର : ନରସିଂହ ମିଶ୍ର
  • ||
  • ରାହୁଲଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗରେ କଳା ଡ୍ରେସ୍ ପିନ୍ଧି କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • ଆଉ ୧୦ ଜିଲ୍ଲାରେ ଭର୍ଚୁଆଲ୍‌ ହାଇକୋର୍ଟ, ଘୋଷଣା କଲେ ହାଇକୋର୍ଟ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର : ୧୩ ଜିଲ୍ଲାରେ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ରାଉରକେଲାରେ ହାଇଓ୍ୱାକୁ ପିଟିଲା ବସ୍‌ : ୨ ମୃତ, ୨୫ ଆହତ
  • ||

ପାଗରେ ପରିବର୍ତ୍ତନ, ମେଘୁଆ ପାଗ ସାଙ୍ଗକୁ ସ୍ଥାନେ ସ୍ଥାନେ ବର୍ଷା

16/03/2023 at 7:38 AM

ଭୁବନେଶ୍ୱର ୧୬।୦୩ : ପଶ୍ଚିମା ଝଡ଼ ପ୍ରଭାବରେ ପାଗରେ ପରିବର୍ତ୍ତନ ଆସିଛି। ଅଧିକାଂଶ ଅଞ୍ଚଳରେ ମେଘୁଆ ପାଗ ସାଙ୍ଗକୁ ସ୍ଥାନେ ସ୍ଥାନେ ହାଲୁକା ବର୍ଷା ମଧ୍ୟ ହୋଇଛି। ଆଗାମୀ ୧୯ ତାରିଖ ଯାଏ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ରହିବାକୁ ଥିବାରୁ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ମାର୍ଚ୍ଚ ୧୬, ୧୭ ଓ ୧୮ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ଝଡ଼ ପବନ ହେବାର ସମ୍ଭାବନା ରହିଛି। ୧୯ ଓ ୨୦ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ସ୍ଥାନେ ସ୍ଥାନେ ୪୦ରୁ ୫୦ କିମି ବେଗରେ ପବନ ବହିବ। ତାହାକୁ ନଜରରେ ରଖି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ୧୨ ଜିଲ୍ଲା , ୧୭ରେ ୧୪ ଜିଲ୍ଲା, ୧୮ ତାରିଖରେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେପଟେ ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍ କମିସନର(ଏସ୍ ଆରସି)ଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି। କୌଣସି ପ୍ରକାର ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି।

   Related Posts