LIFESTYLE
suno sunao
Aao Nxt
LIFESTYLE_728X90_B
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

୧୩ ଜିଲ୍ଲାରେ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି

27/03/2023 at 9:14 AM

ଭୁବନେଶ୍ୱର ୨୭।୦୩ : ଆଜି ୧୩ ଜିଲ୍ଲାରେ ବର୍ଷିବ, ଜାରି ହେଲା ୟେଲୋ ୱାର୍ଣ୍ଣିଂ। ସୋମବାର ସମଗ୍ର ଉପକୂଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୧୩ଟି ଜିଲ୍ଲାରେ ଝଡ଼ବର୍ଷା ହେବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ପଶ୍ଚିମା ଝଡ଼ର ପ୍ରଭାବ ମଙ୍ଗଳବାର ମଧ୍ୟ ଏହାପରି ପାଗ ରହିବ। ଏହାପରେ ବି ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଜନିତ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ।

   Related Posts