ରାଜ୍ୟରେ ପୁଣି ବଢିବ ତାତି, ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ ତାପମାତ୍ରା

Published By : Prameya-News7 Bureau | April 08, 2023 IST

ଭୁବନେଶ୍ୱର ୦୮।୦୪: ରାଜ୍ୟରେ ପୁଣି ବଢ଼ିବ ତାତି। କଲବଲ କରିବ ଟାଣ ଖରା। ୩ ରୁ ୪ ଦିନ ପରେ ଦିନର ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ବଢିବ। ପରେ ଆଗାମୀ ୩ ରୁ ୪ ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର  ସମ୍ଭାବନା ନଥିବାବେଳେ ପରବର୍ତ୍ତୀ ସମୟରେ ଏଥିରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରିଛି। ସେହିପରି ୧୧ରୁ କାଳବୈଶାଖୀର ପ୍ରଭାବ କମିବ ।

wp:html /wp:html

ତେବେ ରବିବାର କୋରାପୁଟ,ରାୟଗଡ଼ା,ଗଜପତି,କନ୍ଧମାଳ, ନୟାଗଡ଼,କଟକ, ଯାଜପୁର, ଭଦ୍ରକ, ବାଲେଶ୍ବର,ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼,ସମ୍ବଲପୁର,ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ରେ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୧ରେ ମାଲକାନିଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.