ବୁଧବାରଠୁ କମିବ ବର୍ଷାର ପରିମାଣ, ବରଗଡ଼ ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ

Published By : Prameya-News7 Bureau | June 27, 2023 IST

ଭୁବନେଶ୍ୱର ୨୭।୦୬ : ରାଜ୍ୟରେ ସକ୍ରିୟ ମୌସୁମୀ । ଲଘୁଚାପ ସକ୍ରିୟ ଏବଂ ନିମ୍ନ ଚାପ ରେଖା ପ୍ରଭାବରେ ବିଭିନ୍ନ ଅଞ୍ଚଳରେ ଲାଗି ରହିଛି ବର୍ଷା। ବୁଧବାରଠୁ କମିବ ବର୍ଷାର ପରିମାଣ। ଆଗାମୀ ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୨୦ ସେମି ବର୍ଷା ନେଇ ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏହା ସହ ପ୍ରବଳ ବର୍ଷା  ଅର୍ଥାତ୍ ୭ ରୁ ୧୧ ସେମି ବର୍ଷା ହେବା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

wp:embed {"url":"https://www.prameyanews7.com/three-person-lost-his-life-in-patangi/","type":"wp-embed","providerNameSlug":"prameya-news-7"}
https://www.prameyanews7.com/three-person-lost-his-life-in-patangi/
/wp:embed

ସେହିପରି ବୁଧବାର ପାଇଁ ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲ ୱାର୍ଣ୍ଣି ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ। ଏଥିସହ ଓଡିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପବନ ଘଣ୍ଟା ପ୍ରତି ବେଗ ୪୦ ରୁ ୫୦ କିମି ବୋହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜୀବୀଙ୍କୁ  ଓଡିଶା ଉପକୂଳ ଏବଂ ତାର ଆଖପାଖ ଅଞ୍ଚଳକୁ ଯିବାକୁ ସମ୍ପୂର୍ଣ ବାରଣ କରାଯାଇଛି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭.୪ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୯.୪ମିମି ତୁଳନାରେ ୮୫%  ଅଧିକ ରେକର୍ଡ ହୋଇଛି । ବରଗଡ ଜିଲ୍ଲାରେ ସର୍ବାଧିକ ବର୍ଷା ୬୭.୭ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୯.୪ ମିମି ତୁଳନାରେ ୬୨୦%  ଅଧିକ ରହିଛି।

wp:embed {"url":"https://www.prameyanews7.com/odi-cricket-world-cup-winners-list/","type":"wp-embed","providerNameSlug":"prameya-news-7"}
https://www.prameyanews7.com/odi-cricket-world-cup-winners-list/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.