scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଗୁଳୁଗୁଳି ଓ ଗରମରୁ ମିଳିବ ଆଶ୍ବସ୍ତି, ସ୍ୱାଭାବିକ ସ୍ଥିତିକୁ ଫେରିବ ମୌସୁମୀ

5/07/2023 at 9:18 AM

ଭୁବନେଶ୍ୱର ୦୫।୦୭ : ଗୁଳୁଗୁଳି ଓ ଗରମରୁ ମିଳିବ ଆଶ୍ବସ୍ତି। ସ୍ବାଭାବିକ ସ୍ଥିତିକୁ ଫେରିବ ମୌସୁମୀ। ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏପରିକି କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ।

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ର ଉପକୂଳରେ ବାୟୁମଣ୍ଡଳର ୧.୫ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପ୍ରଭାବରେ ରାଜ୍ୟରେ ଆଜିଠାରୁ ଅଳ୍ପ କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି. ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଉପକୂଳ ଜିଲ୍ଲା , ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବୌଦ୍ଧ ଓ ନୂଆପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

 ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ନିଅଣ୍ଟିଆ ବର୍ଷା ସ୍ଥିତି ଜାରି ରହିଛି। ଚଳିତ ବର୍ଷ ମୌସୁମୀ ଋତୁରେ ରାଜ୍ୟରେ ୧ ଜୁନ୍ ରୁ ୪ ଜୁଲାଇ ମଧ୍ୟରେ ୧୭୧.୭ ମିମି ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ବାଭାବିକ ବର୍ଷା ୨୪୭.୪ ମିମି ତୁଳନାରେ ୩୧ ପ୍ରତିଶତ କମ୍ ରହିଛି।

   Related Posts