scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଲଘୁଚାପ ପ୍ରଭାବ, ରାଜ୍ୟରେ ଆହୁରି ୨ ଦିନ ବର୍ଷା

16/08/2020 at 7:36 AM

ଭୁବନେଶ୍ୱର ୧୬।୦୮: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏପଟେ ଏବେ ବି ସକ୍ରିୟ ରହିଛି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ରାଜ୍ୟରେ ଆହୁରି ୨ଦିନ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ କହିଛି ।

ସେହିପରି ଅନେକ ସ୍ଥାନରେ ବନ୍ୟାଭଳି ସ୍ଥିତି ରହିଛି । ବର୍ଷା ଅହୁରି ୨ ଦିନ ହେବ ବୋଲି ଜଣାପଡିଛି । ଆସନ୍ତା ୨୪ ଘଣ୍ଟା ପାଇଁ ଏଥି ସହ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବଲାଙ୍ଗୀର, ଝାରସୁଗୁଡା, ନୂଆପଡା, କେନ୍ଦୁଝର, ସୁନ୍ଦରଗଡ, ଯାଜପୁର, ମାଲକାନଗିରିରେ ସତର୍କ ସୂଚନା ଜାରି କରାଯାଇଛି ।

ସେପଟେ ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ରାଜ୍ୟର ବିଭିନ୍ନ ଅଂଚଳ । ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ମାଲକାନଗିରି ଜିଲ୍ଲା । ଦେଓଗଡ଼, ତେଲକୋଇଠୁ ଆରମ୍ଭ କରି ଭଦ୍ରକ ଢ଼େଙ୍କାନାଳ ପର୍ଯ୍ୟନ୍ତ ସବୁଠି ବର୍ଷା ଯୋଗୁଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ । ତେବେ ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାରେ ମଧ୍ୟ ବନ୍ୟା ସ୍ଥିତି ଦେଖାଦେଇଛି । ଜିଲ୍ଲାର ବିଭିନ୍ନ ନଦୀରେ ଜଳସ୍ତର ବଢିବାରେ ଲାଗିଥିବା ବେଳେ ବିଭିନ୍ନ ପୋଲ ଉପରେ ଝଲ ପ୍ରବାହ ରହିଛି ।

   Related Posts