suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ଆହୁରି ୩ ଦିନ ବର୍ଷା, ୧୧ ଜିଲ୍ଲାକୁ ସତର୍କ ସୂଚନା ଜାରି

4/10/2020 at 8:20 AM

ଭୁବନେଶ୍ୱର ୦୪।୧୦: ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିଛି । ଆହୁରି ୩ ଦିନ ବର୍ଷା ଲାଗି ରହିବ । ଆଜି ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବା ପାଣିପାଗ ବିଭାଗ ସତର୍କ କରାଇ ଦେଇଛି।ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଛି । ଶନିବାର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ଲାଗି ରହିଥିଲା ।

ପାଣିପାଗ ବିଭାଗ ଅନୁଯାୟୀ, ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଓଡ଼ିଶା ଉପକୂଳ ଉପରେ ରହିଛି। ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଓ ଉତ୍ତର ଓଡ଼ିଶାର ଅନେକ ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଗଞ୍ଜାମ, କୋରାପୁଟ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ବୌଦ୍ଧ, କଟକ, ଦେବଗଡ଼, ଗଜପତି, ସୋନପୁର ଓ ଅନୁଗୁଳ ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ସୋମବାର ଦିନ ଆଭ୍ୟନ୍ତରୀଣ ଓଡ଼ିଶର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ଅନେକ ଜାଗାରେ ବର୍ଷା ହୋଇପାରେ । ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ବରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ରାୟଗଡ଼ାରେ ପ୍ରବଳ ବର୍ଷିପାରେ ।

ମଙ୍ଗଳବାର ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଉତ୍ତର ଓଡ଼ିଶାର ଅନେକ ଜାଗାରେ ବର୍ଷା ସମ୍ଭାବନା ଅଛି । ଏହାବାଦ୍‌ କୋରାପୁଟ, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ବୌଦ୍ଧ, କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବୁଧବାର (୭ ତାରିଖ) ଠାରୁ ରାଜ୍ୟରେ ଲଘୁଚାପ ପ୍ରଭାବ କମିବା ସହ ବର୍ଷା ପରିମାଣ କମିବ ।

   Related Posts