ବୁଧବାର, ୧୦ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | February 09, 2021 IST

ମେଷ – ଆଜି ସ୍ୱଗୃହୀ ଚତୁର୍ଥଚନ୍ଦ୍ର ଯୋଗୁ ଦିନଟି ଖୁସିବାସିରେ କଟିଯିବ । ଜଣାଶୁଣା ବ୍ୟକ୍ତିଙ୍କ ନିକଟରୁ ସମ୍ମାନ ଓ ସଦ୍ଦିଚ୍ଛା ପାଇ ସବୁ ଦୁଃଖ ବୁଲିଯିବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।


ବୃଷ – ବଡପଣିଆ ମନରେ ରହିବ ସିନା, ହାତଖାଲି ହେତୁ କାମରେ ରଖିପାରିବେ ନାହିଁ । ଅଯଥା ଭାବନାକୁ ନେଇ ବ୍ୟସ୍ତ ହେଲେ ହେଁ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।


ମିଥୁନ - ପାରିବାରିକ କ୍ଷେତ୍ରରେ ପ୍ରତିବନ୍ଧକର ସାମ୍‌ନା କରିବେ । କର୍ମକ୍ଷେତ୍ରର ବିଫଳତା ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – ପ୍ରତିକ୍ଷିତ କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଭାବ ବିଭୋର ହେବେ । ଆଜି ଆପଣ ଅର୍ଥ, ସମ୍ମାନ, କାର୍ଯ୍ୟସିଦ୍ଧିର ବାର୍ତ୍ତା ବହନ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ସୁଖୀ ହେବେ ।


ସିଂହ – ଆଜି ଖର୍ଚ୍ଚାନ୍ତ ହୋଇ ଚେଷ୍ଟା କରୁଥିବା କାର୍ଯ୍ୟ ସାଧନ କରିବେ । ସମ୍ପର୍କୀୟଙ୍କ ଅସହଯୋଗ ସତ୍ତେ୍ୱ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ନିଜକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୭ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା – କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଗୃହ ନିର୍ମାଣ, ପରିବହନ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଧାର୍ମିକ ହେବେ ।


ତୁଳା – ସ୍ୱାସ୍ଥ୍ୟ ଅପରିବର୍ତ୍ତିତ ରହିବ ଓ କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇପାରିବ । ଅଭାବ ନ ଥାଇ ମଧ୍ୟ ଭୁଲ ବୁଝାମଣାରୁ ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ପ୍ରତ୍ୟେକ କାମରେ ସଫଳତା ପାଇଲେ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ନ ହେବାରୁ ଅସନ୍ତୁଷ୍ଟ ରହିବେ । ସନ୍ତାନଙ୍କ ସ୍ୱାସ୍ଥ୍ୟହାନିଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇବ । ଶୁଭ ଅଙ୍କ ଲାଲ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
• ରୋଗୀ- ସତର୍କତାର ଦିନ ।


ଧନୁ – ଅଧିକାଂଶ କ୍ଷେତ୍ରରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।


ମକର – ଅନ୍ୟମାନଙ୍କ ପ୍ରରୋଚନାରେ ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।


କୁମ୍ଭ - ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଦୂର ଯାତ୍ରା ପାଇଁ ମନ ବଳାଇବେ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ମାନସିକ ସ୍ଥିତିକୁ ଦୋହଲାଇ ଦେବ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ମୀନ - ଆଜି ଯାହାକୁ ଯାହା କରିବେ ତାହାକୁ ଅନ୍ୟମାନେ ଖୁସି ମନରେ ଗ୍ରହଣ କରିବେ । ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ପରକୁ ଆପଣାର କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.