ବୁଧବାର ରାଶିଫଳ: ଧନ ଲାଭର ଅପୂର୍ବ ସୁଯୋଗ, ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ

Published By : Prameya-News7 Bureau | October 26, 2021 IST

ମେଷ–କଳହ ଠାରୁ ଦୁରେଇ ରହିବାକୁ ପଡିବ । ଶାରିରୀକ ପୀଡା ଅନୁଭବ କରିପାରନ୍ତି । କାର୍ଯ୍ୟ ବିଳମ୍ବିତ ହୋଇପାରେ । କେବଳ ଭାଗ ବ୍ୟବସାୟରେ ଲାଭବାନ ହେବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୫ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ସୁଖଭାରା ଦିନଟି ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।

ବୃଷ–ନିର୍ଭୀକ ଭାବେ କାର୍ଯ୍ୟ କରିପାରନ୍ତି । ବନ୍ଧୁମିଳନର ଯୋଗ ସୃଷ୍ଟିହୋଇଛି । ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୮ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ -ଧନ ଲାଭର ଅପୂର୍ବ ସୁଯୋଗ ଅଛି । ଦୃଢମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ-ସୁଖ ଅନୁଭବ କରିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

କର୍କଟ-ଲୋଭଗ୍ରସ୍ତ ହୋଇପାରନ୍ତି । ସାଙ୍ଗଠନିକ କାର୍ଯ୍ୟ ପାଇଁ ତତ୍ପରତା ପ୍ରକାଶ କରିବେ । କାର୍ଯ୍ୟର ବୈଶିଷ୍ଟ୍ୟ ଆପଣଙ୍କୁ ମହାନ୍‌ କରି ଗଢିତୋଳିବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ – ପାରିବାରିକ ଅଶାନ୍ତି ଦେଖାଦେଇ ପାରେ । ଧୈର୍ଯର ସହ ମୁକାବିଲା କରିବାକୁ ପଡିବ । କୃଷି କ୍ଷେତ୍ର ଉପରେ ଗୁରୁତ୍ୱ ଦେଇପାରନ୍ତି । ଶୁଭରଙ୍ଗ କଫି । ଶୁଭ ଅଙ୍କ ୨ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାକରିପାରନ୍ତି ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।

କନ୍ୟା–ବିଭିନ୍ନ ଦିଗରୁ ଲାଭବାନ ହୋଇପାରନ୍ତି । ସାଙ୍ଗଠନିକ କାର୍ଯ୍ୟ ପାଇଁ ତତ୍ପରତା ପ୍ରକାଶକରିବେ । କାର୍ଯ୍ୟର ବୈଶଷ୍ଟ୍ୟ ମହାନ୍‌ କରି ଗଢି ତୋଳିବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ତୁଳା–ମନ ଇଚ୍ଛା କିଛି ନ କରି ବିଶେଷଜ୍ଞଙ୍କ ଠାରୁ ପରାମର୍ଶ ନେଲେ ସୁଫଳ ମିଳିବ ।କର୍ମତତ୍ପରତା ପ୍ରକାଶ ପାଇବ । ଆୟବୃଦ୍ଧିରସୁଯୋଗ ଅଛି । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୯ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା– ଶ୍ରୀଚନ୍ଦ୍ରଭୋଗ ହେତୁରୁ ଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଆୟବୃଦ୍ଧିର ସୁଯୋଗ ଜୁଟିଛି । ବନ୍ଧୁସହାୟତାରୁଲାଭବାନ ହେବେ । ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୮ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ସ୍ମରଣଶକ୍ତି ପାଇଁ ବୁଧକାରକଚେର ବ୍ୟବହାର କରନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
ଧନୁ –ବ୍ୟୟବୃଦ୍ଧିର ସୂଚନା ମିଳୁଛି । ସାମୟିକ ଭାବେ କିଛି ସମୟ ପାଇଁ ଅଟକି ଯାଇପାରନ୍ତି । ପରିଶ୍ରମ ବୃଥା ହୋଇପାରେ । ମଧୁର ଭାଷୀ ହେବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର–ନୂତନ କର୍ମ ପାଇ ନିଯୁକ୍ତି ମିଳିପାରେ । ଆୟ ଆଶାନୁରୂପ ହୋଇପାରେ ।ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି । ଲୋକ ପ୍ରିୟତା ବୃଦ୍ଧି ହେବ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୬ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
କୁମ୍ଭ -ଶ୍ରମର ମୂଲ୍ୟାଙ୍କନ ହେବ । ସର୍ବାଙ୍ଗୀଣ ଉନ୍ନତ ହେବାର ସୂଚନା ମିଳୁଛି ।ବିଭାଗୀୟ ସ୍ତରରେ ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ବ୍ୟବସାୟୀ-ନୂଆ ଡିଲ୍‌ ମିଳିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ମୀନ - ଏଣିକି ନିର୍ଭୟରେ କାର୍ଯ୍ୟ କରିଚାଲିବେ । ଶ୍ରମବହୁଳ ହୋଇପାରେ । ଆମୋଦ ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୧ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖ ଅନୁଭବ କରିବେ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.