Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାଧିନତା ଦିବସ ଉତ୍ସବରେ ସାମିଲ ହେଲା ଗୁଗଲ, ଡୁଡଲ ମାଧ୍ୟମରେ ଜଣାଇଲା ଶୁଭେଚ୍ଛା
  • ||
  • ଭୂମିକମ୍ପରେ ଥରିଲା ହିମାଚଳ ପ୍ରଦେଶ, ରିକ୍ଟର ସ୍କେଲରେ ତୀବ୍ରତା ୨.୫
  • ||
  • ଅବପାତର ରୂପ ନେଲା ଲଘୁଚାପ, ସୋମବାରଠୁ କମିବ ବର୍ଷା
  • ||
  • ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା, ପ୍ରତିଟି ଭାରତୀୟ ପାଇଁ ଗୌରବର ମୁହୂର୍ତ୍ତ
  • ||
  • ‘ଦୁନିଆରେ ହଜାରେ ବାଘ, କିନ୍ତୁ ଦ୍ରାବିଡ…’ : ଟିମ୍ ଇଣ୍ଡିଆର କୋଚ୍‌ଙ୍କୁ ନେଇ ଟେଲରଙ୍କ ବଡ ବୟାନ
  • ||

ଜନରାଜ୍ୟ ଦିବସକୁ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନରତ ଓକିଲମାନେ ବିପ୍ଳବୀ ଦିବସ ଭାବେ କଲେ ପାଳନ

26/01/2019 at 5:56 PM

ସମ୍ବଲପୁର୨୬|୧: ଗୋଟେ ପଟେ ସମ୍ବଲପୁରରେ ଜିଲ୍ଲା ସ୍ତରୀୟ ସାଧାଣତନ୍ତ୍ର ଦିବସ ପାଳନ ହୋଇଥିବା ବେଳେ, ଅନ୍ୟପଟେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନରତ ଓକିଲମାନେ ଏହାକୁ ବିପ୍ଳବୀ ଦିବସ ଭାବେ ପାଳନ କରିଛନ୍ତି । 

ଗଲା ୫ମାସ ହେଲା ପଶ୍ଚିମ ଓଡ଼ିଶାର ୯ଟି ଜିଲ୍ଲାରେ ଓକିଲଙ୍କ ସହ ୨ଶହରୁ ଅଧିକ ସଂଗଠନ ଆନ୍ଦୋଳନ ଜାରି ରଖିଥିବା ବେଳେ ନା’ ରାଜ୍ୟ ସରକାର ନା’ କେନ୍ଦ୍ର ସରକାର, କେହି ଏଥି ପ୍ରତି ଗୁରୁତ୍ବ ଦେଉନଥିବା ଅଭିଯୋଗ କରି ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନରେ ସାମିଲ ହୋଇନଥିଲେ ।

ଏନେଇ ପଶ୍ଚିମଓଡ଼ିଶା ଓକିଲ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟିର ମୁଖପାତ୍ର ତାଙ୍କର ଅଭିଯୋଗ ରଖିଥିବା ବେଳେ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ।

   Related Posts