Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

21/02/2020 at 9:15 AM

ଭଦ୍ରକ ୨୧।୨: ମଦ୍ୟପ ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର । ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ଥାନା ପିରିପୂର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର ଅବସ୍ଥାରେ ସ୍ତ୍ରୀ ଲକ୍ଷ୍ମୀପ୍ରିୟା ପୃଷ୍ଟିଙ୍କୁ ପ୍ରଥମେ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ସ୍ବାମୀ କାଳିଆ ପୃଷ୍ଟି ସବୁବେଳେ ମଦ ପିଇ ଘରକୁ ଆସୁଥିବାରୁ ନିଶାସକ୍ତ ଅବସ୍ଥାରେ ଲକ୍ଷ୍ମୀପ୍ରିୟାଙ୍କ ସହ ଝଗଡା କରନ୍ତି । ଏହି ଝଗଡା ଉଗ୍ରରୂପ ନେଇଥିଲା । ସ୍ବାମୀ ଉତ୍ତ୍ୟକ୍ତ ହୋଇ ନିଶାସକ୍ତ ଅବସ୍ଥାରେ ଧାରୁଆ ଟାଙ୍ଗିଆରେ ସ୍ତ୍ରୀକୁ ଆକ୍ରମଣ କରିଥିଲେ ।

ଲକ୍ଷ୍ମୀପ୍ରିୟାଙ୍କ ଦେହରୁ ପ୍ରଚୁର ରକ୍ତସ୍ରାବ ହେବାରୁ ସେ ସଂଜ୍ଞାହୀନ ହୋଇପଡିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଗ୍ରାମବାସୀ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ । ଅଭିଯୁକ୍ତ ସ୍ବାମ କାଳିଆ ପୃଷ୍ଟିକୁ ଭଣ୍ଡାରିପୋଖରୀ ପୋଲିସ ଅଟକ ରଖି ତଦନ୍ତ ଚଳାଇଛି । 

   Related Posts