ରୋଷେଇ ବେଳେ ନିଆଁ ଲାଗି ମହିଳା ଜୀବନ୍ତ ଦଗ୍ଧ, ସ୍ବାମୀ ଗୁରୁତର
12/02/2020 at 9:16 AM

ଭଦ୍ରକ ୧୨।୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ସେରପୁର ଗାଁରେ ଅଘଟଣ । ଘରେ ନିଆଁ ଲାଗି ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଛନ୍ତି । ଗୁରୁତର ଅବସ୍ଥାରେ ମହିଳାଙ୍କ ସ୍ବାମୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ସୂଚନାଯୋଗ୍ୟ ଯ୍, ଭଦ୍ରକ ଗ୍ରାମାଞ୍ଚଳ ଥାନା ସେରପୁର ଗାଁରେ ଘରେ ନିଆଁ ଲାଗିଯିବାରୁ ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡିଛି । ମୃତ ମହିଳା ହେଉଛନ୍ତି ସରୋଜିନୀ ପରିଡା । ମହିଳାଙ୍କ ସ୍ବାମୀଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।

ତେବେ ବିଦ୍ୟୁତ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡରେ ୩ ବଖରା ଘର ମଧ୍ୟ ପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି ।
Related Posts
ସ୍କୁଟିରୁ ହରିଣ ମାଂସ ଜବତ, ଜଣେ ଗିରଫ
5 February 2023
କିନ୍ନରମାନେ କରନ୍ତି ବହୁଚରା ମାତାଙ୍କ ପୂଜା, କାହିଁକି କରାଯାଏ ଏହି ପୂଜା ?
5 February 2023
ରାଉରକେଲା ଡବଲ ମର୍ଡର ଘଟଣା, ତିନି ଜଣଙ୍କୁ ଅଟକ ରଖିଛି ପୋଲିସ
5 February 2023