ବିଧାନସଭାରେ ପାରିତ ହେଲା ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍

Published By : Prameya-News7 Bureau | November 29, 2020 IST

ଭୁବନେଶ୍ବର୨୯/୧୧: ବିରୋଧୀ ଦଳଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ରବିବାର ଦିନ ରାଜ୍ୟ ବିଧାନସଭାରେ ୧୧,୭୦୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଂଜୁରୀ ବିଲ ପାରିତ ହୋଇଛି। ଏହି ବିଲ୍ ପାରିତ ହେବା ପରେ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି ।

ଗତ ୨୦ ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଥିଲା ଓ ତାହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାର ଥିଲା ।  ଫଳରେ ୩୦ଟି କାର୍ଯ୍ୟ ଦିବସ ପୂର୍ବରୁ ବିଧାନସଭା ବନ୍ଦ ହୋଇଯାଇଛି ।ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି । ଫଳରେ ମାତ୍ର ୧୦ ଦିନ ଚାଲିବା ପରେ ନିର୍ଦ୍ଧାରିତ ସମୟ ପୂର୍ବରୁ ବିଧାନସଭାର ଶୀତ ଅଧିବେଶନ ଶେଷ ହୋଇଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.