scan steel
web-baneer-728x90
1 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ପ୍ରମୁଖ ଖବର
  • ଉତ୍ତରକାଶୀ ଟନେଲରୁ ବଡ଼ ଖବର ।। ୧୭ ଦିନ ପରେ ଉଦ୍ଧାରରେ ମିଳିଲା ସଫଳତା ।। ସମସ୍ତ ୪୧ ଶ୍ରମିକ ଉଦ୍ଧାର ।। ସୁଡ଼ଙ୍ଗରେ ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟ ଶେଷ ।। ୧୭ ଦିନ ପରେ ସୁଡ଼ଙ୍ଗରୁ ସକୁଶଳ ଉଦ୍ଧାର ହେଲେ ୪୧ ଶ୍ରମିକ ।। ଉଦ୍ଧାର ସମସ୍ତ ୪୧ ଜଣ ଶ୍ରମିକଙ୍କୁ ସେମାନଙ୍କ ପରିବାର ସହ ପଠାଗଲା ହସ୍ପିଟାଲ
  • ||

ବିଧାନସଭାର ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

21/11/2023 at 11:45 AM

Budget Session-2023

ଭୁବନେଶ୍ବର ୨୧।୧୧: ଆରମ୍ଭ ହେଲା ବିଧାନସଭାର ଶୀତ କାଳୀନ ଅଧିବେଶନ । ଦିବଙ୍ଗତ ନେତାଙ୍କ ପାଇଁ ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବତନ ବାଚସ୍ପତି ସ୍ବର୍ଗତ ମହେଶ୍ୱର ମହାନ୍ତି, ପୂର୍ବତନ ଉପମନ୍ତ୍ରୀ ସରସ୍ବତୀ ପ୍ରଧାନ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଅଜୟ କୁମାର ଜେନା, ପୂର୍ବତନ ସଦସ୍ୟ ରବି ଦାସ, ପୂର୍ବତନ ସଦସ୍ୟ ଯୁଧିଷ୍ଠିର ସାମନ୍ତରାୟ, ୬୨୦ ଇ.ଏମ.ଇ. ବାଟାଲିୟନର ପୂର୍ବତନ ଲାନସ ହାବିଲଦାର ସରୋଜ କୁମାର ଦାସ, ବି.ଏସ.ଏଫ. ୨୦୬ କୋବ୍ରା ବାଟାଲିୟନ ପୂର୍ବତନ କନେଷ୍ଟବଳ ପ୍ରକାଶ ଚନ୍ଦ୍ର ଶିଆଳଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ବିଧାନସଭାରେ ବିବୃତି ରଖୁଥିବା ବେଳେ ଉଭୟ କୋଶଳୀ ଭାଷା ଏବଂ ଓଡ଼ିଆ ଭାଷାରେ ବିବୃତି ରଖି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ଆରମ୍ଭ ହୋଇଥିବା ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି ।

You Can Read :

   Related Posts