ଭୁବନେଶ୍ୱର, ୮/୧୧ : ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଅର୍ଥାତ୍ ଦୀପାବଳି ପରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବ। ଏପରି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାପରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ତାପମାତ୍ରାରେ ବିଶେଷ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ଅନ୍ୟପକ୍ଷରେ ଭୁବନେଶ୍ଵର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାଗ ଆଂଶିକ ମେଘୁଆ ରହିବ। ସର୍ବୋଚ୍ଚ ୩୧ ଡିଗ୍ରୀ ସେଲସିୟସ୍ ଓ ସର୍ବନିମ୍ନ ତାପମାତ୍ରା ୨୧ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ ଆକଳନ କରିଛି ଯେ, ରବିବାର ଓ ସୋମବାର ପାଗ ଶୁଖିଲା ରହିବ। ୧୦ ତାରିଖରେ ବାଲେଶ୍ଵର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି I

Also Read :- ପୋଲିସ ଏସ୍ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ

ସେହିପରି ୧୧ ତାରିଖରେ ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ଆକଳନ କରାଯାଇଛି। ୧୨ ତାରିଖରେ ବାଲେଶ୍ଵର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ।