suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

କଟକ ଯୋବ୍ରା ବ୍ୟାରେଜରୁ ଡେଇଁଲେ ମହିଳା, ଉଦ୍ଧାର ହେଲା ମୃତଦେହ

26/05/2023 at 4:28 PM

କଟକ ୨୬।୫: କଟକ ଯୋବ୍ରା ଆନିକଟରୁ ଡେଇଁ ଜଣେ ମହିଳା ଆତ୍ମହତ୍ୟା କରିଛନ୍ତି । ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ । ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ମଧ୍ୟାହ୍ନ ସମୟରେ ଯୋବ୍ରା ବ୍ୟାରେଜ ଉପରୁ ଜଣେ ମହିଳା ଡେଇଁ ପଡ଼ିଥିବା ଦେଖିବାକୁ ମିଳିଥିଲା । ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ପୋଲିସ ଓ ଅଗ୍ନିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ । ଏହାପରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ମହିଳାଙ୍କୁ ଉଦ୍ଧାର କରିଥିଲେ । କିନ୍ତୁ ସେତେବେଳେକୁ ତାଙ୍କର ଜୀବନ ଚାଲିଯାଇଥିଲା । ମହିଳା ଜଣଙ୍କର ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନଥିବା ବେଳେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ବଡ଼ ମେଡ଼ିକାଲକୁ ପଠାଇଛି ।

   Related Posts