ପୋଲିସ ଗୁଳିରେ ଜଣେ ମହିଳା ମାଓବାଦୀ ନିହତ
21/03/2023 at 5:15 PM

ମାଲକାନଗିରି ୨୧।୩: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । ପୋଲିସ ଗୁଳିରେ ଜଣେ ହାର୍ଡକୋର ମହିଳା ମାଓବାଦୀ ନିହତ । ଘଟଣାସ୍ଥଳରୁ ଗୋଟିଏ ବନ୍ଧୁକ ସହ ବିପୁଳ ପରିମାଣରେ ବିସ୍ଫୋରଣ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । ତୋଡକା ଜଙ୍ଗଲ ଭିତରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିବା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହାପରେ ଡିଆରଜି ବାହିନୀ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା କମ୍ବିଂ ଅପରେସନ । ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ମାଓବାଦୀମାନେ ଘଟଣାସ୍ଥଳରୁ ପଳାୟନ କରିଥିଲେ । ସର୍ଚ୍ଚ ଅପରେସନ ବେଳେ ଜଣେ ମହିଳା ମାଓବାଦୀଙ୍କ ମୃତଦେହ ଠାବ ହୋଇଥିବା ବେଳେ ଆହୁରି ଅନେକ ମାଓବାଦୀ ଆହତ ହୋଇଥିବା ନେଇ ସୂଚନା ଦେଇଛନ୍ତି ବିଜାପୁର ଏସପି ।