ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ
26/01/2019 at 11:42 AM

ବାଲିଗୁଡା ୨୬|୧: କନ୍ଧମାଳ ଜିଲ୍ଲା ବାଲିଗୁଡରେ ପୁଣି ଦୁଷ୍କର୍ମ ଅଭିଯୋଗ ହୋଇଛି । ଜଣେ ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ଦୁଇ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ ହୋଇଛି । ସଂପୃକ୍ତ ମହିଳା ଜଣକ ଘରେ ଏକୁଟିଆ ରହୁଥିଲେ । ଏହାର ସୁଯୋଗ ନେଇ ଗତକାଲି ବିଳମ୍ବିତ ରାତିରେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ଘରେ ପଶି ଦୁଷ୍କର୍ମ କରିଥିବା ନେଇ ମହିଳା ଜଣଙ୍କ ବାଲିଗୁଡା ଥାନାରେ ଅଭିଯୋଗ କରିଛନ୍ତି । ତେବେ ପୋଲିସ ମହିଳାଙ୍କ ଅଭିଯୋଗ ଆଧାରରେ ମାମଲା ରୁଜି କରି ତଦନ୍ତ ଆରମ୍ଭ କରିଛି ।
Related Posts
ବାଇକ୍ ଡିକି ଭାଙ୍ଗି ଟଙ୍କା ଓ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
3 February 2023