ପୋଖରୀରୁ ମିଳିଲା ମହିଳାଙ୍କ ମୃତଦେହ, ପୋଲିସ କରୁଛି ଛାନ୍ଭିନ୍
24/09/2023 at 2:52 PM

ପୁରୀ ୨୪।୦୮: ପୋଖରୀ ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର। ପୁରୀ ତାଳବଣିଆ ଇଣ୍ଡୋର ଷ୍ଟାଡିୟମ ନିକଟ ଜଙ୍ଗଲ ଭିତରେ ଥିବା ଏକ ପୋଖରୀରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳାଙ୍କ ପରିଚୟ ମିଳିନଥିବା ବେଳେ ଖବର ପାଇ ଘଟଣାସ୍ଥଳରେ ସମୁଦ୍ର କୂଳ ଓ ତାଳବଣିଆ ଥାନା ପୋଲିସ ସହ ସିଟି ଡିଏସପି ପହଞ୍ଚି ଛାନଭିନ୍ ଆରମ୍ଭ କରିଛନ୍ତି।
ଖବର ଅନୁଯାୟୀ, ରବିବାର ସକାଳୁ ଇଣ୍ଡୋର ଷ୍ଟାଡିୟମ ନିକଟ ଜଙ୍ଗଲକୁ କିଛି ଲୋକ ଶୌଚ ପାଇଁ ଯାଇଥିବା ବେଳେ ପୋଖରୀରେ ଜଣେ ମହିଳାଙ୍କ ମୃତଦେହ ଭାସୁଥିବା ଦେଖିଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରିବା ସହ ସ୍ଥାନୀୟ ଲୋକଙ୍କୁ ପଚରାଉଚରା ଜାରି ରଖିଛି। ମୃତ ମହିଳାଙ୍କ ବୟସ ୪୦ ରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।
ସେପଟେ ପୋଲିସ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ତେବେ ମହିଳାଙ୍କୁ ହତ୍ୟା କରାଯାଇ ଦୁର୍ବୁତ୍ତ ମାନେ ପୋଖରୀରେ ଫିଙ୍ଗି ଦେଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। ଘଟଣାର ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ସିଟି ଡିଏସପି ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।