LIVE TV

ବିଶ୍ୱବିଜୟୀ ମହିଳା କ୍ରିକେଟ୍ ଟିମକୁ ଭେଟିବେ ପ୍ରଧାନମନ୍ତ୍ରୀ, ଚାମ୍ପିଅନ ଝିଅଙ୍କୁ ଜଣାଇବେ ଅଭିନନ୍ଦନ

NEWS7
women-divotee-did-a-huge-rally-for-coming-ramanabami-in-bhadrakk

ମୁମ୍ୱାଇ ୦୫/୧୧: ଆଜି ବିଶ୍ୱବିଜୟୀ ମହିଳା କ୍ରିକେଟ୍ ଟିମକୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଥମଥର ମହିଳା ଦିନିକିଆ ବିଶ୍ୱକପ୍‌ ଜିତି ଇତିହାସ ରଚିଛି ଭାରତ । ରବିବାର ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୫୨ ରନ୍‌ରେ ପରାସ୍ତକରି ଭାରତୀୟ ମହିଳା ଦଳ ପ୍ରଥମଥର ବିଶ୍ବ ଚାମ୍ପିଅନ୍‌ ହୋଇଛି । ହରମନପ୍ରୀତ କୌରଙ୍କ ନେତୃତ୍ବାଧୀନ ବିଶ୍ବ ବିଜୟିନୀ ଭାରତୀୟ ଖେଳାଳିଙ୍କୁ ଭେଟିବା ପାଇଁ ପ୍ରଧାନମନ୍ତ୍ରୀ ଆଗ୍ରହ ପ୍ରକାଶ କରିଥିଲେ। 

ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ବିସିସିଆଇକୁ ଔପଚାରିକ ନିମନ୍ତ୍ରଣ ପତ୍ର ପଠାଯାଇଛି । ଆଜି ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଚାମ୍ପିଅନ୍ ଭାରତୀୟ ମହିଳା ଖେଳାଳିଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ । ରବିବାର ମଧ୍ୟରାତ୍ରରେ ନବି ମୁମ୍ବାଇର ଡିୱାଇ ପାଟିଲ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ବିଶ୍ବକପ୍‌ ଜିତିବା ପରେ ଏକ୍ସ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଐତିହାସିକ ବିଜୟ ପାଇଁ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଥିଲେ ।