ଭୁବନେଶ୍ବର ୧୯।୯: ରାଜ୍ୟ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ହେଉଛି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ଚାଲିଥିବା ରାସ୍ତା, ଫ୍ଲାଏଓଭର, କୋଠାବାଡ଼ି ଏବଂ ଅନ୍ୟାନ୍ୟ ଭିତ୍ତିଭୂମି ପ୍ରକଳ୍ପର ଗୁଣବତ୍ତା ଓ ବିଳମ୍ବକୁ ନେଇ ସାଂସଦ ଏବଂ ବିଧାୟକ ମାନେ ମନ୍ତ୍ରୀଙ୍କୁ ଚିଠି ଲେଖି ଅଭିଯୋଗ ଜଣାଇଥିଲେ । ଜନପ୍ରତିନିଧିଙ୍କ ଏହି ଚିଠିକୁ ଗୁରୁତ୍ୱର ସହ ନେଇ ମନ୍ତ୍ରୀ ଏହି ଜରୁରୀ ସମୀକ୍ଷା ବୈଠକ ଡାକିଛନ୍ତି ।