ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଲଘୁଚାପର ରୂପନେଲା ଘୂର୍ଣ୍ଣିବଳୟ : ୩ ଦିନ ଯାଏଁ ଲାଗି ରହିବ ବର୍ଷା, ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

23/10/2019 at 9:23 AM

ଭୁବନେଶ୍ବର ୨୩।୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି ।  ଏହାର ପ୍ରଭାବରେ ରାଜ୍ୟର ଉପକୂଳ ଓ ଦକ୍ଷିଣ ଓଡିଶାର ବିଭିନ୍ନ ସ୍ଥାନରେ  ଅପରାହ୍ନରୁ ବର୍ଷା ହୋଇପାରେ । ଆଜିଠୁ ୩ ଦିନ ଧରି ବର୍ଷା ଲାଗି ରହିବ ।  ୨୬ତାରିଖ ବେଳକୁ  ପାଗ ଶୁଖିଲା ହେବ  ।

ବିଶେଷ ଭାବେ ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଆଦି ସ୍ଥାନରେ  ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ଦୀପାବଳିରେ ବର୍ଷା  ହେବ ନାହିଁ ବୋଲି  ସୋଆ ପାଣିପାଗ ବିଜ୍ଞାନ କେନ୍ଦ୍ରର ମୁଖ୍ୟ  ଶରତ ଚନ୍ଦ୍ର ସାହୁ ସୁନଚା ଦେଇଛନ୍ତି ।

ତେବେ ରାଜ୍ୟରେ  ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ଭାବ୍ୟ ବର୍ଷାକୁ ନଜରରେ ରଖି   ଜିଲ୍ଲାପାଳ ମାନେ  ସତର୍କ ରହିବାକୁ ଏସଆରସିଙ୍କ ପକ୍ଷରୁ  ନିର୍ଦ୍ଦେଶ ଦିଆଯାଇଛି ।

   Related Posts