Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

19/08/2021 at 10:48 AM

ଭୁବନେଶ୍ବର ୧୯।୮: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୧ ଜିଲ୍ଲା ହେଲା- ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ । ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ ଏବଂ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଅଗଷ୍ଟ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାର ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

   Related Posts