ରାଜ୍ୟରେ ଲାଗି ରହିଛି ଝିପିଝିପି ବର୍ଷା, ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

Published By : Prameya-News7 Bureau | January 04, 2020 IST

ଭୁବନେଶ୍ବର ୪।୧: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି । ୧୩ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ୧୩ଟି ଜିଲ୍ଲା ହେଉଛି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଭଦ୍ରକ, ବାଲେଶ୍ବର, ଯାଜପୁର, କୋରାପୁଟ, କଟକ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ ଓ ସୁନ୍ଦରଗଡ । ଏହି ସବୁ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୫ ତାରିଖ ସକାଳ ପର୍ଯ୍ୟନ୍ତ ବି ଦକ୍ଷିଣ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ୭ ତାରିଖ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ପଡ଼ିବ। କାଲିଠାରୁ ଉତ୍ତରା ପବନ ରାଜ୍ୟକୁ ସିଧା ବହିବାକୁ ଥିବାରୁ ରାଜ୍ୟରେ ରାତିର ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ।

ସୁନ୍ଦରଗଡରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ସେଲସିୟସ ରହିଛି । ସେହିପରି ଫୁଲବାଣୀରେ ୧୨, ଅନୁଗୋଳରେ ୧୨, ତାଳଚେର ୧୨.୩, ଟିଟିଲାଗଡରେ ୧୩.୧, ଦାରିଙ୍ଗିବାଡିରେ ୧୩.୫, ସୋନପୁରରେ ତାପମାତ୍ରା ୧୩.୬ ଡିଗ୍ରୀ ରେକର୍ଡ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.