ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣି ବଳୟ; ସମ୍ଭାବ୍ୟ ବର୍ଷା ପାଇଁ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
7/09/2022 at 5:40 PM

ଭୁବନେଶ୍ୱର ୦୭/୦୯: ବୁଧବାର ପୂର୍ବ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ରପତନ ଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହା ପ୍ରଭାବରେ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୨୪ ଘଣ୍ଟା ମଧ୍ଯରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ସେପ୍ଟେମ୍ୱର ୯ରୁ ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଆଠଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି। କୋରାପୁଟ୍, ମାଲକାନାଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ ଇତ୍ୟାଦି ଜିଲ୍ଲାରେ ଇତ୍ୟାଦି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଦା, ଅନୁଗୁଳ, ବୌଦ୍ଧ, ନୟାଗଡ଼, ଦେବଗଡ଼, ଝାରସୁଗୁଡ଼ା,ସୁନ୍ଦଦଗଡ଼, ଯାଜପୁର, ଢେଙ୍କାନାଳରେ ବିଜୁଳିଘଡ଼ଘଡ଼ି ସହିତ ପ୍ରବଳ ବର୍ଷାହେବାର ସମ୍ଭାବନା ରହଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ଆକଳନ କରିଛି। ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ୟେଲୋୱାର୍ଣ୍ଣିଂ ଜାରି କରିଛି।