ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ପାଣିପାଗ ବିଭାଗର ସୂଚନା, ୨୪ ଘଣ୍ଟା ଭିତରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ୨୧ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ

27/08/2022 at 4:55 PM

ଭୁବନେଶ୍ୱର, ୨୭/୦୮: ବର୍ତ୍ତମାନ ମୌସୁମୀ ରାଜ୍ୟରେ ଦୁର୍ବଳ ରହିଛି । ଫଳରେ ରାଜ୍ୟରେ ବିକ୍ଷିପ୍ତ ହାଲୁକା ବର୍ଷା ହେଉଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ୨୧ଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି । ଏହାପରେ ଅର୍ଥାତ୍ ୨୯ ତାରିଖରୁ ପାଗ ଶୁଖିଲା ରହିବ । ଅଗଷ୍ଟ ଶେଷ ୪ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ । ବିଶେଷ ବର୍ଷା ହେବ ନାହିଁ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ,ଆର୍ ବିଶ୍ୱାସ ସୂଚନା ଦେଇଛନ୍ତି ।

   Related Posts