ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଭାସିଗଲେ ୨ ଯୁବକ, ଜଣେ ଉଦ୍ଧାର, ଅନ୍ୟଜଣେ ନିଖୋଜ

Published By : Prameya-News7 Bureau | August 15, 2022 IST

ପୁରୀ, ୧୫/୦୮: ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଯୁବକ ନିଖୋଜ । ନିଖୋଜ ଯୁବକ ପଶ୍ଚିମବଙ୍ଗର ରବି ସିଂ ବୋଲି ଜଣାପଡ଼ିଛି । ଆଜି ଅପରାହ୍ନ ୫ଟା ସମୟରେ ରବି ସିଂ ତାଙ୍କର ଅନ୍ୟ ସାଙ୍ଗମାନଙ୍କ ସହ ପୁରୀ ଦିଗବାରେଣୀ ଛକ ନିକଟସ୍ଥ ସମୁଦ୍ରରେ ଗାଧୋଉଥିବା ବେଳେ ଏପରି ଘଟଣା ଘଟିଛି ।

ମିଳିଥିବା ସୂଚନା ଅନୁସାରେ, ଗାଧୋଉଥିବା ବେଳେ ଦୁଇଜଣ ଯୁବକ ହଠାତ୍ ଗଭୀର ସମୁଦ୍ରକୁ ଭାସି ଯାଇଥିଲେ। ସେଠାରେ ମୁତୟନ ଥିବା ଲାଇଫ୍‌ ଗାର୍ଡମାନେ ବିହାରର ସାଗର କୁମାର ଚୌଧୁରୀଙ୍କୁ ଉଦ୍ଧାର କରିଥିବା ବେଳେ ରବି ସିଂଙ୍କୁ ପାଇନଥିଲେ । ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କର ପତ୍ତା ମିଳିନାହିଁ। ଲାଇଫ ଗାର୍ଡ ଓ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଖୋଜାଖୋଜି ଜାରି ରଖିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.