ବ୍ରହ୍ମପୁରରେ ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

Published By : Prameya-News7 Bureau | October 31, 2018 IST

ଗଞ୍ଜାମ ୩୧|୧୦: ବ୍ରହ୍ମପୁର ସଦର ଥାନା ବ୍ରଜନଗର ଅଞ୍ଚଳରେ ପଥରରେ ଛେଚି ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । କ୍ଷତ ବିକ୍ଷତ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ସେହି ଅଞ୍ଚଳର ପ୍ରଦୀପ ବେହେରା । ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ସଦର ଥାନା ପୋଲିସର ତଦନ୍ତ ଆରମ୍ଭ କରିଛି । ପୂର୍ବରୁ ପ୍ରଦୀପ ନାଁରେ ଅନେକ ମାମଲା ଥିବା ଜଣାପଡିଛି । ସ୍ଥାନୀୟ ଅଞ୍ଚଳରେ ଏକ ଗୁଳିକାଣ୍ଡ ଘଟଣାରେ ପ୍ରଦୀପକୁ ଗିରଫ କରିଥିଲା ପୋଲିସ । ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.